Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା; ବିକ୍ରମ ପଣ୍ଡାଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ ଖାରଜ୍

Posted on December 16, 2025

ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଝଟକା । ଖାରଜ ହେଲା ଜାମିନ ଆବେଦନ । ବିକ୍ରମ ପଣ୍ଡାଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ ହୋଇଛି । ଜାମିନ୍ ଆବେଦନ ଖାରଜ କଲେ ବ୍ରହ୍ମପୁର ଏଡିଜେ- ୩ କୋର୍ଟ । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ୫ ଅଭିଯୁକ୍ତ ଏବେ ଵ୍ରହ୍ମପୁର ଜେଲରେ ରହିଛନ୍ତି ।

ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ପୂର୍ବତନ ମେୟର ଶିବ ଶଙ୍କର ଦାଶ, ମଦନ ମୋହନ ଦଳାଇ, ସୁନିଲ ହୋତା ଏବଂ ଶୂନ୍ୟ ଦାସଙ୍କ ଆବେଦନ ଖାରଜ ହୋଇଛି । ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ଭାବେ ନିଯୁକ୍ତ ହୋଇଥିବା ପିପି କାଳିଚରଣ ମିଶ୍ର ଓ ଅଭିନାଶ ପଢି ମକଦ୍ଦମା ପରିଚାଳନା କରିଥିଲେ। ପ୍ରକାଶଥାଉକି, ଗତ ଅକ୍ଟୋବର ୬ ତାରିଖ ଅର୍ଥାତ କୁମାରପୂର୍ଣ୍ଣିମା ରାତିରେ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା ।

ଅଭିଯୁକ୍ତ କୁରୁପତି ଭୂୟାଁ ଓ ଚିଣ୍ଟୁ ପ୍ରଧାନ ବାଇକରେ ଆସି ପୀତବାସ ପଣ୍ଡାଙ୍କ ଉପରକୁ ଫାୟାରିଂ କରିଥିଲେ । ଏନେଇ ବୈଦ୍ୟନାଥପୁର ଥାନାରେ ଏକ ହତ୍ୟା ମାମଲା ରୁଜୁ ହୋଇଥିଲା । ତଦନ୍ତ ସମୟରେ ସତ୍ୟ ସାମ୍ନାକୁ ଆସିଥିଲା । ପୋଲିସ ଏହି ଘଟଣାରେ ୧୬ ଜଣଙ୍କୁ ଗିରଫ କରି ଜେଲ ପଠାଇଥିଲା। ସେମାନଙ୍କ ମଧ୍ୟରୁ ସୁରକ୍ଷା ଦୃଷ୍ଟିରୁ ଶିବ ଶଙ୍କର ଦାଶ୍ ଓରଫ ପିଣ୍ଟୁ ଏବେ ଫୁଲବାଣୀ ଜେଲରେ ଅଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme