Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆରମ୍ଭ ହେଲା ଓଟିଇଟି ପରୀକ୍ଷା-୨୦୨୫

Posted on December 17, 2025

ରାଜ୍ୟବ୍ୟାପି ଆଜି ଓଡ଼ିଶା ଟିଚର ଇଲିଜିବିଟି ଟେଷ୍ଟ-୨୦୨୫ ଆରମ୍ଭ ହୋଇଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ସାମିଲ ହୋଇଥିବା ସୂଚନା ମିଳିଛି। ପରୀକ୍ଷାରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକଶିକ୍ଷୟିତ୍ରୀ ଅଛନ୍ତି। ରାଜ୍ୟର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ୨୨,୯୭୯ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ମଧ୍ୟ ଏହି ପରୀକ୍ଷାରେ ସାମିଲ ହୋଇଛନ୍ତି। ଓଟିଇଟି ପେପର-୧ରେ ୪୭, ୭୨୦ ଜଣ ଓ ପେପର-୨ରେ ୧,୧୨,୬୫୯ ପରୀକ୍ଷାର୍ଥୀ ଅଛନ୍ତି। ମୋଟ ୪୫୨ଟି କେନ୍ଦ୍ରରେ ଏହି ପରୀକ୍ଷା  କରାଯାଉଥିବା ମାଧ୍ୟମିକ ଶିକ୍ଷା ପରିଷଦ ‌(ବୋର୍ଡ) ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଥମ ପେପର ସକାଳ ୯ଟାରୁ ପୂର୍ବାହ୍‌ଣ ୧୧ଟା ପର୍ଯ୍ୟନ୍ତ ହେବ। ପେପର-୨ ଅପରାହ୍‌ଣ ୧ଟା ୩୦ରୁ ୪ଟା ଯାଏଁ ଜାରି ରହିବ।

ବୋର୍ଡ ପକ୍ଷରୁ କୁହାଯାଇଛି ଯେ, ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ବ୍ୟବସ୍ଥା କରାଯାଇଛି। ବୋର୍ଡ କାର୍ଯ୍ୟାଳୟ କମାଣ୍ଡ କଣ୍ଟ୍ରୋଲ ରୁମରୁ ସମସ୍ତ ପରୀକ୍ଷା କେନ୍ଦ୍ର ନିୟନ୍ତ୍ରଣ ବ୍ୟବସ୍ଥା ହୋଇଛି। ଗତ ୧୪ ତାରିଖ ଠାରୁ ଡିଜି ଲକରରେ ପ୍ରଶ୍ନପତ୍ର ଓ ଓଏମଆର ସିଟ ପଠାଯାଉଛି। ୩୦ଟି ଜିଲ୍ଲା ପାଇଁ ୪୦ଟି ରୁଟରେ ଆର୍ମଡପୁଲିସ ସହିତ ପ୍ରଶ୍ନପତ୍ର ପଠାଯାଉଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme