Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

Posted on December 18, 2025

ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର ହେବା ସହିତ ୫ଜଣ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ,ଗତକାଲି ବିଳମ୍ବିତ ରାତିରେ ପଡୋଶୀ ପଶ୍ଚିମବଙ୍ଗ ରାଜ୍ୟର ଗୋପୀବଲ୍ଳଭପୁରରୁ ଏକ ବୋଲେରୋ ଯୋଗେ ୯ଜଣ ଲୋକେ ରାସଗୋବିନ୍ଦପୁର ଥାନା ଅଧୀନ ଝାଟିଅଡା ଗ୍ରାମର ଏକ ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ କୌଣସି କାରଣ ବଶତଃ ନଳଗଜା ପୋଲରୁ ଚାଳିଶ ଫୁଟ ତଳକୁ ବୋଲେରୋଟି ଖସି ପଡିଥିଲା। ଫଳରେ ଗାଡ଼ିରେ ଥିବା ସତ୍ୟବାନ ବାବୁଲି,ରସନ ଦାସ,କ୍ରିଷ୍ଣା ବାଗ ଗୁରୁତର ହୋଇଥିବା ବେଳେ ପାଞ୍ଚ ଜଣ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଏମାନଙ୍କୁ ଉଦ୍ଧାର କରି ରାସଗୋବିନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିବା ବେଳେ ପରେ ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଏଣ୍ଡ ହସ୍ପିଟାଲକୁ ପଠାଯାଇଥିବାର ଜଣାପଡିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ପହିଲାରୁ ନୂଆ ନିୟମ : ବନ୍ଦ ହେବ ନଗଦ ପେମେଣ୍ଟ
  • ୪୭ ଲକ୍ଷ ସୋସିଆଲ ମିଡିଆ ଆକାଉଣ୍ଟ ଡିଆକ୍ଟିଭ୍, ୫ ଲକ୍ଷରୁ ଅଧିକ ଆକାଉଣ୍ଟ ହଟାଇଲା ମେଟା
  •  ବିଜାପୁରରେ ଏନକାଉଣ୍ଟର, ୨ ନିହତ
  • ରବିବାରଠୁ ପକ୍ଷୀ ଗଣନା
  • ଆଜି ଥରାଇବ ଶୀତ, ରବିବାରଠୁ କମିବ ଜାଡ଼ର ପ୍ରକୋପ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (464)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,497)
  • ସ୍ପେଶାଲ୍ ରିପୋର୍ଟ (262)
©2026 JBR Samachar | Design: Newspaperly WordPress Theme