Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଏମ୍‌ସ୍‌କୁ ହେବ ସ୍ୱତନ୍ତ୍ର ଆମ୍ବୁଲାନ୍ସ କରିଡର: ଜବରଦଖଲ ହଟିବ, ୩-ଲେନ୍ ରାସ୍ତା ହେବ

Posted on December 18, 2025

ଏମ୍‌ସ ଯାଉଥିବା ଆମ୍ବୁଲାନ୍ସ ଆଉ ବାଟରେ ଅଟକିବନି, ଭିଡ଼ରେ ଫସିବନି । ଗୋଲ୍ଡେନ ଆୱାରରେ ରୋଗୀଙ୍କୁ ହସ୍ପିଟାଲରେ ପହଞ୍ଚାଇବାକୁ ବଡ଼ ମାଷ୍ଟରପ୍ଲାନ୍ କରିଛନ୍ତି ସରକାର । ଖଣ୍ଡଗିରି ଛକରୁ ଏମ୍‌ସ ଯାଏ ସ୍ୱତନ୍ତ୍ର ଆମ୍ବୁଲାନ୍ସ କରିଡର ତିଆରି ହେବ । ସର୍ଭିସ୍ ରୋଡକୁ ପ୍ରଶସ୍ତ କରାଯିବ । ଯେଉଁଠି ଆବଶ୍ୟକ ପଡିବ, ଡ୍ରେନ୍ ଘୁଞ୍ଚିବ ଓ ଜମି ଅଧିଗ୍ରହଣ ବି ହେବ । ଏମିତି ଯୋଜନା କରିଛନ୍ତି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ।

ଜାତୀୟ ରାଜପଥ ପ୍ରାଧିକରଣ ଏନେଇ ପ୍ରାଥମିକ ସର୍ଭେ ବି କରିସାରିଛି । ଖୁବଶୀଘ୍ର ବିସ୍ତୃତ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ ହେବ । ଏବେ ଖଣ୍ଡଗିରି ଛକରୁ ଏମ୍‌ସ ଯାଏ କିଛି ସ୍ଥାନରେ ରାସ୍ତା ତିନିଲେନ୍ ଅଛି । ଆଉ କିଛି ସ୍ଥାନରେ ରାସ୍ତା ସଙ୍କୁଚିତ ହୋଇଛି, ଦୁଇ-ଲେନ୍ ଅଛି । ଏଇ ପୂରା ରାସ୍ତାକୁ ତିନି-ଲେନ୍‌ରେ ପରିଣତ କରାଯିବ । ଏଥିରୁ ଗୋଟିଏ ଲେନ୍ ସମ୍ପୂର୍ଣ୍ଣ ଭାବେ ଆମ୍ବୁଲାନ୍ସ ପାଇଁ ଉତ୍ସର୍ଗିକୃତ ରହିବ । ଏହି କରିଡରକୁ ହଳଦିଆ ରଙ୍ଗରେ ଚିହ୍ନଟ କରାଯିବ । ଏଥିରେ ଯେଉଁଭଳି ଅନ୍ୟ କୌଣସି ଗାଡି ଚଳାଚଳ ନ କରେ, ସେଥିପାଇଁ କିଛି ସୁରକ୍ଷାକର୍ମୀ ବି ନିୟୋଜିତ ହେବେ । କିଛି ସ୍ଥାନରେ ସିସି କ୍ୟାମେରା ବି ଲାଗିବ । ଅନ୍ୟଗାଡି ଅମାନିଆ ହୋଇ ଏହି କରିଡରରେ ପଶିଲେ ଜରିମାନା ଆଦାୟ ହେବ ବୋଲି ଏନଏଚଏଆଇର ଜଣେ ଅଧିକାରୀ ସୂଚନା ଦେଇଛନ୍ତି ।

ବୁଧବାର ଏନେଇ ପୂର୍ତ୍ତ ଓ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଆୟୋଜିତ ହୋଇଥିଲା । ବୈଠକରେ ଏକାମ୍ର ବିଧାୟକ ବାବୁ ସିଂ, ଖୋର୍ଦ୍ଧା ଜିଲ୍ଲାପାଳ ଅମୃତ ଋତୁରାଜ ପ୍ରମୁଖ ଉପସ୍ଥିତ ଥିଲେ । ବୈଠକରେ ଏମ୍‌ସର ଚାରିପାଖର ବିକାଶ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା । ବିଶେଷକରି ଏହି ଜାତୀୟସ୍ତରୀୟ ସ୍ୱାସ୍ଥ୍ୟାନୁଷ୍ଠାନ ଭିତରେ ଥିବା ସ୍ୱେରେଜ୍ ବ୍ୟବସ୍ଥା, ଭିତର ଓ ଚାରିପାଖର ରାସ୍ତାର ପୁନଃନିର୍ମାଣ, ଆଲୋକୀକରଣକୁ ମଧ୍ୟ ଗୁରୁତ୍ୱ ଦିଆଯାଇଥିଲା । ଏମ୍‌ସକୁ ଆସୁଥିବା ରୋଗୀ ଓ ସାଧାରଣ ଲୋକଙ୍କ ସୁବ୍ୟବସ୍ଥିତ ଗମନାଗମନ ପାଇଁ ଟ୍ରାଫିକ୍ ବ୍ୟବସ୍ଥା ସଜାଡିବା ଓ ଅପରାଧ ରୋକିବା ପାଇଁ ସିସିଟିଭି ଲଗାଇବାକୁ ମନ୍ତ୍ରୀ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ସେହିପରି ଖଣ୍ଡଗିରି ଫ୍ଲାଏଓଭର ଠାରୁ ଡୁମ୍‌ଡୁମା ଅଣ୍ଡର ପାସ ପର୍ଯ୍ୟନ୍ତ ସର୍ଭିସ ରୋଡ୍‌ର ପ୍ରଶସ୍ତିକରଣ, ଆଇଗିଣିଆ ଆଳୁ ଗଦି ଜଙ୍କସନରୁ ଏମ୍‌ସ ପର୍ଯ୍ୟନ୍ତ ଜବରଦଖଲ ଉଚ୍ଛେଦ, ଭେଣ୍ଡିଂ ଜୋନ୍ ନିର୍ମାଣ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ବୈଠକରେ ଏନଏଚଏଆଇ ଆଞ୍ଚଳିକ ଅଧିକାରୀ, ଏମସ୍ ସୁପରିଟେଣ୍ଡେଣ୍ଟ, ଉପଜିଲ୍ଲାପାଳ, ବିଏମସି ଅତିରିକ୍ତ କମିଶନର, ପୂର୍ତ୍ତ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ, ମୁଖ୍ୟଯନ୍ତ୍ରୀ, ଅଧୀକ୍ଷଣ ଯନ୍ତ୍ରୀ ଉପସ୍ଥିତ ଥିଲେ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme