Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧିର ପୁନର୍ବିଚାର ପାଇଁ ବିଜେଡିର ଦାବି

Posted on December 19, 2025

ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧିର ପୁନର୍ବିଚାର ହେଉ। ବିଧାନସଭାରେ ପାରିତ ହୋଇଥିବା ବିଧାୟକମାନଙ୍କ ବର୍ଦ୍ଧିତ ଦରମା ଭତ୍ତା ଓ ପେନସନ ବିଲର ପୁନର୍ବିଚାର କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖିଲା ବିଜୁ ଜନତା ଦଳ। ବିଧାନସଭାରେ ବିଲକୁ ସମର୍ଥନ କରିଥିଲେ ବି ଜନଅସନ୍ତୋଷକୁ ଦେଖି ଏହାର ପୁନର୍ବିଚାର କରିବା ପାଇଁ ଦାବି କରୁଥିବା କହିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ ଉପମୁଖ୍ୟ ସଚେତକ ପ୍ରତାପ ଦେବ।

ବିଧାନସଭାରେ ୯ ତାରିଖରେ ବିଧାୟକମାନଙ୍କ ଦରମା ଭତ୍ତା ଓ ପେନସନକୁ ନେଇ ବିଲ ପାରିତ ହୋଇଥିଲା । ଏହି ବିଲ୍ରେ ଏକକାଳୀନ ଅହେତୁକ ଦରମା ଓ ଭତ୍ତା ବୃଦ୍ଧିକୁ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା । ଓଡ଼ିଶା ଜନସାଧାରଣ ଏହାକୁ ବିରୋଧ କରିିଛନ୍ତି । ଜନମତ ଏହି ବିଲ ବିରୋଧରେ ଯାଉଛି । ତେଣୁ ବିରୋଧୀ ଦଳ ନେତା ବର୍ଦ୍ଧିତ ଦରମା ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ମନା କରିଥିଲେ ।

ପ୍ରମିଳା ମଲ୍ଲିକ କହିଛନ୍ତି ଯେ, ବିରୋଧୀ ଦଳ ନେତା ନ ଆଜି ପର୍ଯ୍ୟନ୍ତ ତାଙ୍କ ଦରମା କେବେ ବି ନେଇ ନାହାନ୍ତି ।ତାହା ସାଧାରଣ ଲୋକଙ୍କ କାମରେ ଲଗାଯାଏ । ଆମ ଦଳର ସଭାପତିଙ୍କ ନିର୍ଦ୍ଦେଶରେ ଆମେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖୁଛୁ ଏହି ବିଲର ସେ ପୁନର୍ବିଚାର କରନ୍ତୁ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme