Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପ୍ରେମିକାର ଘର ନିକଟରୁ ପ୍ରେମିକଙ୍କ ମୃତ ଦେହ ଉଦ୍ଧାର…

Posted on December 20, 2025

ପ୍ରେମ ପାଇଁ ଆସିଥିବା ଜଣେ ନାବାଳକ ପ୍ରେମିକଙ୍କ ଝୁଲନ୍ତା ମୃତଦେହକୁ ବିଞ୍ଝାରପୁର ଥାନା ଅଞ୍ଚଳର ପ୍ରେମିକାଙ୍କ ଘର ନିକଟରୁ ଶୁକ୍ରବାର ପୂର୍ବାହ୍ନରେ ପୋଲିସ ଝୁଲନ୍ତା ଅବସ୍ଥାରେ ଜବତ କରିଛି। ମୃତକ ହେଲେ କଟକ ଜିଲା ସାଲେପୁର ଥାନା ଗଙ୍ଗେଶ୍ୱର ଦେଉଳି ଗ୍ରାମର ମନୋଜ ଦାସଙ୍କ ପୁଅ ଅଶୋକ(୧୭) ବୋଲି ଜଣାପଡିଛି। ଏହି ଘଟଣାକୁ ନେଇ ଅଶୋକଙ୍କ ମା’ ବେବିନା ତାଙ୍କ ପୁଅକୁ ପ୍ରେମିକା ଘର ଲୋକେ ହତ୍ୟା କରି ଟାଙ୍ଗି ଦେଇଥିବା ବିଞ୍ଚାରପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
ଅଭିଯୋଗ ମୁତାବକ, ବିଞ୍ଝାରପୁର ଥାନା ଅଞ୍ଚଳର ଜଣେ ଝିଅଙ୍କ ଗତବର୍ଷ କଟକ ଜିଲା ସାଲେପୁର ଥାନା ଅଞ୍ଚଳରେ ବାହାଘର ହୋଇଥିଲା। ବାହାଘର ପରେ ସେଠାରେ ବୋହୂଙ୍କ ସହ ସେହି ଗ୍ରାମର ଅଶୋକ (୧୭)ଙ୍କ ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଏହି ଅନୈତିକ ପ୍ରେମ ସମ୍ପର୍କ ଯୋଗୁ ଶାଶୁଘର ସହ ବୋହୂଙ୍କ ମନାନ୍ତର ହେବାରୁ ସେ ଆସି ବାପ ଘରେ ରହୁଥିଲେ। ଅଶୋକ ପ୍ରେମିକାଙ୍କ ଘରକୁ ଗୁରୁବାର ଆସିଥିଲେ। ବିଳମ୍ବିତ ରାତିରେ ଅଶୋକ ନିଜ ଘରକୁ ଫୋନ ମାଧ୍ୟମରେ ପ୍ରେମିକାଙ୍କ ଘରକୁ ବୁଲି ଆସିଥିଲାବେଳେ ତାକୁ ବାନ୍ଧି ଅଟକ ରଖିଥିବା କଥା ଜଣାଇଥିଲେ। ଖବରପାଇ ଅଶୋକଙ୍କ ପରିବାର ଲୋକେ ଘଟଣା ସମ୍ପର୍କରେ ଜାଣିବାକୁ ପ୍ରେମିକାଙ୍କ ଘରେ ପହଞ୍ଚତ୍ ଥିଲେ। ସେଠାରେ ପୁଅର ମୃତଦେହକୁ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ପାଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଅଶୋକଙ୍କ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ମୃତ ଅଶୋକଙ୍କ ମା’ ବେବିନାଙ୍କ ଲିଖିତ ଅଭିଯୋଗ ଆଧାରରେ ପୋଲିସ ନଂ. ୫୯୩/୨୫ରେ ମାମଲା ରୁଜୁ କରି ତଦନ୍ତ କରୁଥିବା ଜଣାପଡିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme