Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

 ଜାତୀୟ ଉଦ୍ୟାନରେ ଜମୁଛି ପର୍ଯ୍ୟଟକଙ୍କ ଭିଡ଼, ରବିବାର ବୁଲିଲେ ୨୮୬୪ ପର୍ଯ୍ୟଟକ

Posted on December 22, 2025

ଭିତରକନିକା ଜାତୀୟ ଉଦ୍ୟାନରେ ଜମୁଛି ପର୍ଯ୍ୟଟକଙ୍କ ଭିଡ଼। ରବିବାର ଜାତୀୟ ଉଦ୍ୟାନକୁ ପର୍ଯ୍ୟଟକଙ୍କ ସୁଅ ଛୁଟିଥିଲା। ବନ ବିଭାଗର ସୂଚନା ମୁତାବକ, ଡାଙ୍ଗମାଳ ମୁଖ୍ୟ ଗେଟ୍‌ ଦେଇ ୧୧୫୮ଜଣ ପର୍ଯ୍ୟଟକ ପ୍ରବେଶ କରି ବୁଲିବାର ମଜା ନେଇଥିଲେ । ସେହିପରି ଖୋଳାରୁ ୯୮ଟି ବୋଟ୍‌ରେ ୧୧୪୭ ଜଣ, ଚାନ୍ଦବାଲିରୁ ୧୨ଟି ବୋଟ୍‌ରେ ୧୮୧ ଜଣ ଓ ଗୁପ୍ତିରୁ ୨୭ଟି ବୋଟ୍‌ରେ ୩୭୮ ଜଣଙ୍କୁ ମିଶାଇ ମୋଟ ୨,୮୬୪ ଜଣ ପର୍ଯ୍ୟଟକ ଭିତରକନିକା ନଦୀରେ ବୁଲି ମଜା ନେଇଥିଲେ । 

ପର୍ଯ୍ୟଟକ ବୋଟ୍‌ରେ ବସି ନଦୀରେ ବୁଲିବା ସମୟରେ ନଦୀପଠାରେ ଶୋଇ ରହିଥିବା କୁମ୍ଭୀର ସହିତ ହରିଣ ଓ ରଙ୍ଗବେରଙ୍ଗର ପକ୍ଷୀ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥିଲା । ଭିତରକନିକା ସେଲ୍‌ଫି ପଏଣ୍ଟ୍‌ରେ ଫଟୋ ଉଠାଇବା ପାଇଁ ପର୍ଯ୍ୟଟକମାନଙ୍କର ଉତ୍ସାହ ଦେଖିବାକୁ ମିଳିଥିଲା । ମେଟା ନର୍ସରୀ, ସଂଗ୍ରହାଳୟ, ଗୋରୀ ଓ ମଲ୍ଲୀ ରହୁଥିବା ପୋଖରୀ ନିକଟରେ ପର୍ଯ୍ୟଟକ ଅଧିକ ସମୟ ଅତିବାହିତ କରିଥିଲେ । ସ୍କାଏୱାକ୍‌ରେ ଅଧିକ ସଂଖ୍ୟାରେ ପର୍ଯ୍ୟଟକ ଚାଲିବା ସହିତ ନୂଆ ଅନୁଭୂତି ସାଉଣ୍ଟିଥିଲେ । ହ୍ୟାଚେରୀରେ ଛୋଟ ଛୋଟ କୁମ୍ଭୀର ଛୁଆଙ୍କୁ ଦେଖିବା ସହ ଧଳା କୁମ୍ଭୀର ଶ୍ୱେତାକୁ ଦେଖି ପର୍ଯ୍ୟଟକ ଭାବବିହ୍ୱଳ ହୋଇ ପଡ଼ିଥିଲେ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme