Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍‌: ଜଗନ୍ନାଥପ୍ରେମୀ ଅସନ୍ତୋଷ

Posted on December 22, 2025

ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ । ଡ୍ରୋନ୍ ଦ୍ବାରା ନିଆଯାଇଥିବା ଶ୍ରୀମନ୍ଦିରର ଫଟୋ ଭାଇରାଲ ହୋଇଛି । ଫେସବୁକରେ ଏକ୍ସପ୍ଲୋର ଇଣ୍ଡିଆ ନାମକ ଏକ ସଂସ୍ଥା ଏହି ଫଟୋ ଅପଲୋଡ କରିଛି । ଫେସବୁକରେ ଅପଲୋଡ ହୋଇଥିବା ଏହି ଫଟୋକୁ ଅନେକ ଲୋକ ସେୟାର ଏବଂ ରିପୋଷ୍ଟ ମଧ୍ୟ କରିଛନ୍ତି ।

ତେବେ ଶ୍ରୀମନ୍ଦିର ଉପରୁ ଡ୍ରୋନ୍ ମାଧ୍ୟମରେ ଏହି ଫଟୋ କିଭଳି ନିଆଗଲା ସେନେଇ ସାଧାରଣରେ ପ୍ରଶ୍ନ ଉଠିଛି । ଫଟୋରେ କୁରମ ବେଢା ଭିତରେ ଥିବା ବଡ଼ଦେଉଳ ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବାଦେବୀଙ୍କ ମନ୍ଦିର ଦେଖାଯାଉଛି । ମେଘନାଦ ପାଚେରୀ ଭିତରେ ଥିବା ଅନ୍ୟାନ୍ୟ ଐତିହ୍ୟ ଓ ମନ୍ଦିର ମଧ୍ୟ ଫଟୋରେ ଦେଖାଯାଉଛି ।

ଶ୍ରୀମନ୍ଦିର ଉପରେ ନୋ ଫ୍ଲାଇଙ୍ଗ ଜୋନ୍ କରାଯାଇଥିବା ବେଳେ ଡ୍ରୋନ୍ ମାଧ୍ୟମରେ ଶ୍ରୀମନ୍ଦିର ଉପରୁ ଫଟୋ ଓ ଭିଡିଓ କିଭଳି ଉତ୍ତୋଳନ କରାଗଲା ତାକୁ ନେଇ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏହା ଏକ ବର୍ଷ ପୁରୁଣା ଫଟୋ ବୋଲି ପୁରୀ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme