Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ…

Posted on December 23, 2025

ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ ହୋଇଛି । ତେବେ ଏହାଶୁଣି ପରିବାର ଲୋକେ ଭାଙ୍ଗିପଡିଥିବା ବେଳେ ତାଙ୍କ ମୃତଦେହ ଭିଟାମାଟିକୁ ଆଣିବା ପାଇଁ ଗ୍ରାମବାସୀ ଏବଂ ସରପଞ୍ଚ ପ୍ରତିନିଧି ମଙ୍ଗଳା ଗମାଙ୍ଗ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ଙ୍କ ନିକଟରେ ଗୁହାରି କରିଥିଲେ ।

ଖବରଅନୁସାରେ, ଅରକ୍ଷିତ ସେଠାକାର ଏକ ଅଏଲ କମ୍ପାନୀର ପାଚେରୀ ନିର୍ମାଣ କାମରେ ନିୟୋଜିତ ଥିଲେ।ସୋମବାର ସକାଳ ପ୍ରାୟ ୭ ଟାରେ ଲୁହା ପାଇପରେ ନିର୍ମିତ ଭାଡ଼ି ଭାଙ୍ଗିଯିବା କାରଣରୁ ଅରକ୍ଷିତ ସେଠାରେ ଚାପି ହୋଇ ବିଦ୍ୟୁତ ଆଘାତରେ ଚେତାଶୂନ୍ୟ ହୋଇଯାଇଥିଲେ। ତାଙ୍କୁ ସାଥି ଶ୍ରମିକମାନେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲକୁ ନେଇଥିଲେ ।ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।ଫୋନ ଯୋଗେ ପରିବାର ଲୋକେ ଏହି ଖବର ପାଇବା ପରେ ଦୁଃଖରେ ମ୍ରିୟମାଣ ହୋଇପଡ଼ିଥିଲେ।।ଏନେଇ ଜିଲାପାଳ ଶ୍ରମ ଅଧିକାରୀଙ୍କୁ ଅବଗତ କରାଇଥିଲେ। ସେଠାକାର ପୋଲିସ ପ୍ରଶାସନ ସହ ଯୋଗାଯୋଗ କରାଯାଇ ତାଙ୍କ ମୃତଦେହ ଗାଁକୁ ଆଣିବା ପାଇଁ ପଦକ୍ଷେପ ନିଆଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି ।

ମୃତକଙ୍କ ପରିବାରର ଆର୍ଥିକ ସ୍ଥିତିକୁ ଅନୁଧ୍ୟାନ କରାଯାଇ ଅନୁକମ୍ପା ମୂଳକ ସରକାରୀ ସହାୟତା ଦିଆଯିବ ବୋଲି ସେ କହିଛନ୍ତି। ଏନେଇ ସରପଞ୍ଚ ପ୍ରତିନିଧି ସାନଖେମୁଣ୍ଡି ତହସିଲଦାର ରାମଚନ୍ଦ୍ର ପଟ୍ଟନାୟକ ଏବଂ ବିଡ଼ିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କୁ ଜଣାଇଥିବା କହିଛନ୍ତି। ଅରକ୍ଷିତ ତାଙ୍କ ପରିବାରର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତି ଥିଲେ। ତାଙ୍କ  ବାପା ଅଲେଖ ନାୟକ କିଛିବର୍ଷ ହେଲା ମୃତ୍ୟୁବରଣ କରିଥିଲେ। ଘରେ ବିଧବା ମା ଏବଂ ୪ ଭଉଣୀ ଅଛନ୍ତି। ସେ ଗତ ପ୍ରାୟ ୩ ମାସ ପୂର୍ବେ ଦାଦନ ଖଟିବାକୁ ତାମିଲନାଡୁ ଯାଇଥିଲେ ବୋଲି ଗ୍ରାମର ସଞ୍ଜୀବ ସର୍ଦ୍ଦାର,ରୋହିତ ସର୍ଦ୍ଦାର,ତ୍ରିନାଥ ଦଳାଇ,ଧରମା ନାୟକ,ଭଗବତୀ ପାତ୍ର, ଜିତୁ ନାୟକ, ଅକୁର ପାତ୍ର,କେଞ୍ଚୁ ଦଳେଇ ପ୍ରମୁଖ ଜଣାଇଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme