Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆତ୍ମସମର୍ପଣ କଲେ ୨୨ ମାଓବାଦୀ; ୯ଟି ବନ୍ଧୁକ, ୧୪ଟି ଟିଫିନ ବୋମା, ଗୁଳି, ବିସ୍ଫୋରକ ସାମଗ୍ରୀ ଓ ଅନ୍ୟ ମାଓ ସାମଗ୍ରୀ ସହ ଆତ୍ମସମର୍ପଣ

Posted on December 23, 2025

ମାଲକାନଗିରି ଜିଲ୍ଲା ପୁଲିସ୍‌ ନିକଟରେ ୨୨ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ୯ଟି ବନ୍ଧୁକ, ୧୪ଟି ଟିଫିନ ବୋମା, ଗୁଳି, ବିସ୍ଫୋରକ ସାମଗ୍ରୀ ଓ ଅନ୍ୟ ମାଓ ସାମଗ୍ରୀ ସହ ମାଓବାଦୀମାନେ ପୁଲିସ୍‌ ଡିଜି ୱାଇ ବି ଖୁରାନିଆଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏନେଇ ଜିଲ୍ଲା ପୁଲିସ୍‌ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ପୁଲିସ୍‌ ଡିଜି, ଡ଼ିଆଇଜି କନୱର ଵିଶାଲ ସିଂ, ମାଲକାନଗିରି ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ, ମାଲକାନଗିରି ଏସପି ବିନୋଦ ପାଟିଲ ଏଚ ଓ ଅନ୍ୟ ପୁଲିସ୍‌ ଅଧିକାରୀ ଉପସ୍ଥିତ ଥିଲେ। ହିଂସାର ପଥ ଛାଡି ଆତ୍ମସମର୍ପଣ କଲେ ସରକାରୀ ସ୍ତରରେ ସେମାନଙ୍କୁ ବିଭିନ୍ନ ସହାୟତା ପ୍ରଦାନ ସହ ଥଇଥାନ କରାଯିବ ବୋଲି ପୁଲିସ୍‌ ଡିଜି ପ୍ରକାଶ କରିଛନ୍ତି।

ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ନାଁରେ ୨କୋଟି ୨୫ ଲକ୍ଷ ରୁ ଅଧିକ ଟଙ୍କା ର ପୁସ୍କାର ରାଶି ଥିଲା। ଆତ୍ମସମର୍ପଣ ପରେ ସମସ୍ତଙ୍କୁ ସରକାରୀ ନୀତି ଅନୁଯାୟୀ ଥଇଥାନ କରାଯିବ ବୋଲି ପୁଲିସ୍‌ ପ୍ରକାଶ କରିଛି। ଦୁଇ ଜଣ ଆନ୍ଧ୍ର ଓଡିଶା ବୋର୍ଡ ଜୋନାଲ କମିଟି ର ସଦସ୍ୟ ହୋଇଥିବାବେଳେ ୨୦ଜଣ ଦଣ୍ଡକାରଣ୍ୟ ସ୍ପେଶାଲ ଜୋନାଲ କମିଟି ର ସଦସ୍ୟ ଥିଲେ। ଏମାନଙ୍କ ମଧ୍ୟରେ କୁଖ୍ୟାତ ମାଓ ନେତା ଡିସିଏମ ଲିଙ୍ଗେ ମଧ୍ୟ ସାମିଲ ଅଛି। ବହୁ ବଡ଼ ବଡ଼ ମାଓ ହିଂସାକାଣ୍ଡରେ ଏମାନେ ସାମିଲ ଥିଲେ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ପହିଲାରୁ ନୂଆ ନିୟମ : ବନ୍ଦ ହେବ ନଗଦ ପେମେଣ୍ଟ
  • ୪୭ ଲକ୍ଷ ସୋସିଆଲ ମିଡିଆ ଆକାଉଣ୍ଟ ଡିଆକ୍ଟିଭ୍, ୫ ଲକ୍ଷରୁ ଅଧିକ ଆକାଉଣ୍ଟ ହଟାଇଲା ମେଟା
  •  ବିଜାପୁରରେ ଏନକାଉଣ୍ଟର, ୨ ନିହତ
  • ରବିବାରଠୁ ପକ୍ଷୀ ଗଣନା
  • ଆଜି ଥରାଇବ ଶୀତ, ରବିବାରଠୁ କମିବ ଜାଡ଼ର ପ୍ରକୋପ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (464)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,497)
  • ସ୍ପେଶାଲ୍ ରିପୋର୍ଟ (262)
©2026 JBR Samachar | Design: Newspaperly WordPress Theme