Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୨୭ରେ ରତ୍ନଭଣ୍ଡାର ସଂପର୍କିତ ବୈଠକ, ଜାନୁଆରୀରେ ଗଣତି ମଣତି

Posted on December 24, 2025

ଜାନୁଆରୀ ମାସ ଭିତରେ ପୁରୀ ମହାପ୍ରଭୁଙ୍କ ଭିତର ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ ହୋଇପାରେ । ଏଥିପାଇଁ ମୁକ୍ତି ମଣ୍ଡପ ପରାମର୍ଶ ନିଆଯିବ । ଗଣତି ମଣତି ପାଇଁ ଦର୍ଶନରେ ସମସ୍ୟା ହୋଇପାରେ । ତେଣୁ ଶ୍ରଦ୍ଧାଳୁଙ୍କ ସହଯୋଗ ଲୋଡ଼ା । ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗରେ ଆସନ୍ତା ୨୭ରେ ହେବ ଉଚ୍ଚସ୍ତରୀୟ ବୈଠକ । ଏସଓପି ସମ୍ପର୍କରେ ଆଲୋଚନା କରାଯିବ ବୋଲି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ସୂଚନା ଦେଇଛନ୍ତି । ରତ୍ନ ଭଣ୍ଡାର ମରାମତି କାମ ସରିଛି । ଭିତର ଭଣ୍ଡାରରେ ସମସ୍ତ ରତ୍ନ ରଖି ଦିଆଯାଇଛି ।

ତେବେ ଗଣତିମଣତି ପ୍ରକ୍ରିୟାରେ କେଉଁମାନେ ସାମିଲ ହେବେ, ସ୍ଥିର ହୋଇନି । ୨୭ ତାରିଖ ବୈଠକରେ ଏନେଇ ନିଷ୍ପତ୍ତି ହେବ। ରତ୍ନର ମୂଲ୍ୟ ଆକଳନ କରିବା ମୁସ୍କିଲ।  ରତ୍ନ ଗୁଡ଼ିକର ଗୁଣ ମାନ ନିର୍ଣ୍ଣୟ କରାଯିବ । ୨ ଜଣ ଏକ୍ସପର୍ଟ ଏ କାର୍ଯ୍ୟରେ ସହାୟତା କରିବେ । ଏଥିପାଇଁ ରିଜର୍ଭ ବ୍ୟାଙ୍କର ସହଯୋଗ ଲୋଡ଼ାଯାଇଛି ।  ଶେଷ ଥର ଗଣତି ମଣତି ପାଇଁ ୭୨ ଦିନ ଲାଗିଥିଲା । ୧୯୭୮ ମସିହା ଗଣତି ବେଳର ତାଲିକା ସହ ମେଳକ କରାଯିବ ।  ୫୪ ମସିହାର ରେକର୍ଡ ଏବଂ ୭୮ ମସିହାରେ ହୋଇଥିଵା ଗଣତିକୁ ନେଇ ଆଗାମୀ ପଦକ୍ଷେପ ନିଆଯିବ ବୋଲି ଜଷ୍ଟିସ ବିଶ୍ବନାଥ ରଥ କହିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme