Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୪ ଦିନ ଘନ କୁହୁଡ଼ି ଆଲର୍ଟ,୧୪ ସ୍ଥାନରେ ୧୦ ଡିଗ୍ରୀ ତଳକୁ ଖସିଲା ପାରଦ

Posted on December 28, 2025

ରାଜ୍ୟର ବିଭିନ୍ନ ସ୍ଥାନରେ ଆଗାମୀ ୪ ଦିନ ଘନ କୁହୁଡ଼ି ରହିବ । ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଘନ କୁହୁଡ଼ି ଦୃଶ୍ୟମାନ ହେବ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଯିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ରବିବାର ଓ ସୋମବାର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳକୁ ଖସିପାରେ ।

ଗୁରୁବାର ୮ ସ୍ଥାନରେ ରାତି ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସିଥିଲା । ଶୁକ୍ରବାର ରାତିରେ ୧୪ ସ୍ଥାନ ୧୦ ଡିଗ୍ରୀ ତଳକୁ ଖସିଆସିଛି । ଜି ଉଦୟଗିରି ସବୁଠୁ ଥଣ୍ଡା ଅଞ୍ଚଳ ପାଲଟିଛି । ଏଠାରେ ପାରଦ ୪.୪ ଡିଗ୍ରୀ ଥିଲା । ଦାରିଙ୍ଗବାଡ଼ିରେ ୬ ଡିଗ୍ରୀ, ଫୁଲବାଣୀରେ ୬.୪, କୋରାପୁଟରେ ୬.୬, ସିମିଳିଗୁଡ଼ାରେ ୬.୭ ଡିଗ୍ରୀ ଥିଲା । କୋରାପୁଟରେ ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକଠାରୁ ୫.୪ ଡିଗ୍ରୀ କମ୍ ରହିଥିଲା । ଝାରସୁଗୁଡ଼ାରେ ସ୍ୱାଭାବିକଠାରୁ ୩.୯ ଡିଗ୍ରୀ ଓ କଟକରେ ୧.୯ ଡିଗ୍ରୀ କମ୍ ଥିଲା । ରାଉରକେଲାରେ ରାତି ତାପମାତ୍ରା ୭, ଝାରସୁଗୁଡ଼ାରେ ୭.୪, କିରେଇରେ ୮.୬, ନବରଙ୍ଗପୁରରେ ୯, ନବରଙ୍ଗପୁରରେ ୯ ଡିଗ୍ରୀ ଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme