Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ହାଇୱା ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

Posted on December 28, 2025

ଯାଜପୁର ଜିଲ୍ଲା ଧର୍ମଶାଳା ତହସିଲ ବ୍ରାହ୍ମଣୀ ନଦୀ ଦେଉଳି ଗାଁ ନିକଟ ଗୋକର୍ଣ୍ଣେଶ୍ୱର ବାଲିଘାଟରେ ହାଇୱା ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବାର ଖବର ମିଳିଛି। ମୃତକ ହେଉଛି କୁମାରୀ ପଞ୍ଚାୟତ ଦେଉଳି ଗ୍ରାମର ନରେଶ ରଣା

ସୂଚନା ଅନୁଯାୟୀ, ଗତକାଲି ରାତି ପ୍ରାୟ ୧୦ଟା ବେଳକୁ ନରେଶ ରଣା ତାଙ୍କର ସାଙ୍ଗ ପାଖକୁ ଖାଦ୍ୟ ନେଇଆସୁଥିଲେ। ସାଙ୍ଗଜଣକ ଜେସିବି ମେସିନ୍ ଚଳାଉଥିବା ଜଣାଯାଇଛି। ସେହି ସମୟରେ ବାଲିଘାଟରେ ଏକ ହାଇୱା ତାଙ୍କୁ ଧକ୍କା ଦେଇଥିଲା। ଏହାଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

ପରେ ଖବର ପାଇ ଧର୍ମଶାଳା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ଲାଗି ପଠାଇଥିଲା। ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକକଙ୍କୁ ହସ୍ତାନ୍ତର କରାଯାଇଥିଲା। ଏଣେ ପୁଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ପହିଲାରୁ ନୂଆ ନିୟମ : ବନ୍ଦ ହେବ ନଗଦ ପେମେଣ୍ଟ
  • ୪୭ ଲକ୍ଷ ସୋସିଆଲ ମିଡିଆ ଆକାଉଣ୍ଟ ଡିଆକ୍ଟିଭ୍, ୫ ଲକ୍ଷରୁ ଅଧିକ ଆକାଉଣ୍ଟ ହଟାଇଲା ମେଟା
  •  ବିଜାପୁରରେ ଏନକାଉଣ୍ଟର, ୨ ନିହତ
  • ରବିବାରଠୁ ପକ୍ଷୀ ଗଣନା
  • ଆଜି ଥରାଇବ ଶୀତ, ରବିବାରଠୁ କମିବ ଜାଡ଼ର ପ୍ରକୋପ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (464)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,497)
  • ସ୍ପେଶାଲ୍ ରିପୋର୍ଟ (262)
©2026 JBR Samachar | Design: Newspaperly WordPress Theme