Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନୂଆବର୍ଷ ଯାଏ ମିଳିବନି ନିସ୍ତାର, ୧୦ ଡିଗ୍ରୀ ତଳେ ୧୩ ସହରର ପାରଦ

Posted on December 29, 2025

ଶୀତରେ ଥରୁଛି ପୂରା ରାଜ୍ୟ । ଜି ଉଦୟଗିରିରେ ରାତି ତାପମାତ୍ରା ୪ ଡିଗ୍ରୀ ସେଲସିୟସ୍ ତଳକୁ ଖସିଛି । ୧୩ ସହରରେ ପାରଦ ୧୦ ଡିଗ୍ରୀ ତଳେ ରହିଛି । ତେବେ ନୂଆବର୍ଷ ପରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଜି ଉଦୟଗିରିରେ ରାତି ତାପମାତ୍ରା ୩.୫ ଡିଗ୍ରୀ ରହିଥିଲା । ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ୬ ଡିଗ୍ରୀ, ଝାରସୁଗୁଡ଼ା, ରାଉରକେଲା ଓ କୋରାପୁଟରେ ୭, ସେମିଳିଗୁଡ଼ାରେ ୭.୫, କିରେଇରେ ୮.୩, ନବରଙ୍ଗପୁରରେ ୮.୫ ଓ ଅନୁଗୁଳରେ ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ ରେକର୍ଡ ହୋଇଥିଲା ।

ସୋମବାର ଫୁଲବାଣୀରେ ୭ ଡିଗ୍ରୀ, କୋରାପୁଟ, ଝାରସୁଗୁଡ଼ା ଓ ରାଉରକେଲାରେ ୮ ଓ ନବରଙ୍ଗପୁରରେ ୯ ଡିଗ୍ରୀ ରହିପାରେ । ମଙ୍ଗଳବାର ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ,ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ ଓ ନୟାଗଡ଼ରେ ଘନ କୁହୁଡ଼ି ଦେଖାଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହୋଇପାରେ । ବୁଧବାର ଓ ଗୁରୁବାର ଏହି ସବୁ ସ୍ଥାନରେ ଘନ କୁହୁଡ଼ି ରହିବ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ
  • ପିଟାପିଟି ହୋଇ ୨ ଶିକ୍ଷୟିତ୍ରୀ ଲହୁଲୁହାଣ: ତଦନ୍ତ ରିପୋର୍ଟ ପାଇଁ ନିର୍ଦ୍ଦେଶ ଦେଲେ ବିଡିଓ
  • ଆସନ୍ତାକାଲି ହୀରାକୁଦରେ ବିଦେଶୀ ପକ୍ଷୀ ଗଣନା…
  • ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,500)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme