Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ, ଫେବ୍ରୁଆରୀ ୧୮ରୁ ୨୫ ଯାଏ ମୁଖ୍ୟ ପରୀକ୍ଷା

Posted on December 30, 2025

 

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୨ ତାରିଖରୁ ଆରମ୍ଭ ହେବ । ୧୫ ତାରିଖ ଯାଏ ପରୀକ୍ଷା ହେବ । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ବିଭିନ୍ନ ବିଷୟର ପ୍ରାକ୍ଟିକାଲ ପରୀକ୍ଷା ହେବ । ଏନେଇ ସିଏଚ୍ଏସ୍ଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ସିଏଚ୍ଏସ୍ଇ ପ୍ରାକ୍ଟିକାଲ ପରୀକ୍ଷା ପାଇଁ ପ୍ରତି ଯୁକ୍ତ ଦୁଇ କଲେଜରେ ବାହ୍ୟ ପରୀକ୍ଷକ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛି । ପରୀକ୍ଷକ ନିଯୁକ୍ତି ପାଇଁ ସିଏଚ୍ଏସ୍ଇର ଅନୁମତି ନେବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି । ଜଣେ ଶିକ୍ଷାର୍ଥୀ ଗୋଟିଏ ଦିନରେ ଯେପରି ଦୁଇଟି ପ୍ରାକ୍ଟିକାଲ ପରୀକ୍ଷା ନ ଦିଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ କୁହାଯାଇଛି । ପରୀକ୍ଷା ସମୟରେ ପାନୀୟ ଜଳ ସହ ପ୍ରାଥମିକ ଚିକିତ୍ସା ବାକ୍ସର ବ୍ୟବସ୍ଥା କରିବାକୁ କୁହାଯାଇଛି । ପରୀକ୍ଷା ସମୟରେ ସମସ୍ତ ପରୀକ୍ଷା ହଲ୍ରେ ସିସିଟିଭି କାର୍ଯ୍ୟକ୍ଷମ ରହିବା ଜରୁରି । ଅଗ୍ନି ନିର୍ବାପକ ଯନ୍ତ୍ରର ବ୍ୟବସ୍ଥା କରିବାକୁ କୁହାଯାଇଛି । ପରୀକ୍ଷାର ୧୫ ମିନିଟ୍ ପୂର୍ବରୁ ଛାତ୍ରଛାତ୍ରୀ ନିଜର ବୈଧ ପ୍ରମାଣପତ୍ର ନେଇ ପରୀକ୍ଷା ହଲ୍ରେ ପ୍ରବେଶ କରିବେ । ପରୀକ୍ଷା ଆରମ୍ଭର ଅଧ ଘଣ୍ଟା ଭିତରେ ପରୀକ୍ଷା କେନ୍ଦ୍ରରେ ପହଞ୍ଚିଲେ ପ୍ରାକ୍ଟିକାଲ ପାଇଁ ସୁଯୋଗ ମିଳିବ । ସୂଚନାଯୋଗ୍ୟ, ଆସନ୍ତା ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୫ ଯାଏ ଯୁକ୍ତ ଦୁଇ ମୁଖ୍ୟ ପରୀକ୍ଷା ହେବ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme