
ସୁନା ଏବଂ ରୁପା ଦରରେ ପରିବର୍ତ୍ତନ। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୧୯,୪୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧, ୦୯,୪୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୧୯,୪୦୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧, ୦୯,୪୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୧୯,୪୦୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧, ୦୯,୪୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୧୯,୫୫୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୦୯,୬୦୦ ଟଙ୍କା ରହିଛି।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧, ୧୯,୪୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧, ୦୯,୫୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧, ୧୯, ୪୦୦ ଓ ୧, ୦୯,୪୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୫୫,୦୦୦ ଟଙ୍କା ହୋଇଛି
