Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କୁମ୍ଭୀର ଗଣନା ପାଇଁ କାଲିଠାରୁ ୩ ଦିନ ପର୍ଯ୍ୟଟକଙ୍କୁ ଭିତରକନିକା ମନା

Posted on January 7, 2026

କୁମ୍ଭୀର ଗଣନା ପାଇଁ କାଲିଠାରୁ ପର୍ଯ୍ୟଟକଙ୍କୁ ଭିତରକନିକା ମନା । ଆସନ୍ତାକାଲିଠୁ ୩ ଦିନ ଧରି ଚାଲିବ ଗଣନା କାର୍ଯ୍ୟ । କୁମ୍ଭୀର ଗଣନା ସମୟରେ ନଦୀରେ ବୋଟ ଚଳାଚଳ କଲେ କୁମ୍ଭୀର ଗଣନାରେ ବାଧା ସୃଷ୍ଟି ଯୋଗୁଁ ପର୍ଯ୍ୟଟକ ମାନଙ୍କ ପାଇଁ ଭିତରକନିକା ବନ୍ଦ ରହିଥାଏ । ଏହି ସମୟରେ ପର୍ଯ୍ୟଟକ ମାନଙ୍କୁ ଭିତରକନିକା ବୁଲି ନଯିବାକୁ ରାଜନଗର ବନଖଣ୍ଡ ପକ୍ଷରୁ ସୂଚନା ଦିଆଯାଇଛି ।

ସାତକୋଶିଆରେ କୁମ୍ଭୀର ଗଣନା ଆରମ୍ଭ । ମହାନଦୀ ସାତକୋଶିଆ ଗଣ୍ଡରେ କେତେ ଅଛନ୍ତି କୁମ୍ଭୀର, ଚାଲିଛି ଗଣନା । ୩ ଦିନ ଧରି ଚାଲିବ ଗଣନା କାର୍ଯ୍ୟ । ଏଥିପାଇଁ ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ, ମହାନଦୀ ଓ ଆଠମଲ୍ଲିର ବନଖଣ୍ଡରେ ମୋଟ ୧୪ଟି ଟିମ୍ ଗଠନ କରାଯାଇଛି । ପ୍ରତି ଟିମରେ ୪ରୁ ୫ଜଣ ଲେଖାଏଁ ମୋଟ ୭୦ ବନ କର୍ମଚାରୀ ଓ ଗବେଷଣା କରୁଥିବା ବ୍ୟକ୍ତି ଗଣନା ପ୍ରକ୍ରିୟାରେ ସାମିଲ ହୋଇଛନ୍ତି । ୧୨ଟି ଦେଶୀ ଡଙ୍ଗା ଓ ୨ଟି ବୋଟ୍, ଶକ୍ତିଶାଳୀ କ୍ୟାମେରା , ବାଇନାକୁଲର ସାହାଯ୍ୟରେ ଚାଲିଛି ଗଣନା । ଗତବର୍ଷ ମହାନଦୀ ଗଣ୍ଡରେ ମୋଟ ୧୧୫ଟି କୁମ୍ଭୀର ରହିଥିଲେ । ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀଙ୍କୁ ବନ ବିଭାଗ ପକ୍ଷରୁ ନଦୀକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ସେହିପରି ମହାନଦୀର ସାତକୋଶିଆ ଗଣ୍ଡ ଓ ଶିଶୁପଥର ଡ୍ୟାମରେ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme