Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ପୁଣି ଥରାଇବ ଶୀତ, ୧୩ ଓ ୧୪ରେ ତଳମୁହାଁ ହେବ ପାରଦ

Posted on January 12, 2026

ଆସନ୍ତା ୧୩ ଓ ୧୪ ତାରିଖରେ ପୁଣି ଥରାଇବ ଶୀତ । ଶନିବାର ରାତିରେ ଶୀତ କମିଥିଲା । ରବିବାର ବି ଶୀତ କମ୍ ରହିଛି କିନ୍ତୁ ମଙ୍ଗଳବାର ଓ ବୁଧବାର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ପାରଦ ପୁଣି ତଳମୁହାଁ ହେବ । ଅଧିକ ଶୀତ ଅନୁଭୂତ ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି ।

ରବିବାର ରାତି ସୁଦ୍ଧା ଆଭ୍ୟନ୍ତରୀଣ ଓଡ଼ିଶାର ଆକାଶ ମେଘମୁକ୍ତ ରହିଛି । ଆକାଶ ମେଘମୁକ୍ତ ହେବା ପରେ ଶୀତ ପୁଣି ବଢ଼ିବ ବୋଲି ବୋଲି ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି । ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ଆସନ୍ତା ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ କମିପାରେ । ଏହା ଶୀତ ବଢ଼ାଇବ । ତେବେ ଶନିବାର ଦାରିଙ୍ଗବାଡ଼ିରେ ରାତି ତାପମାତ୍ରା ୬.୫ ଡିଗ୍ରୀ ଥିଲା । ଫୁଲବାଣୀରେ ୭, ରାଉରକେଲାରେ ୮, ଝାରସୁଗୁଡ଼ାରେ ୮.୩, ନବରଙ୍ଗପୁରରେ ୮.୫, ଜି ଉଦୟଗିରିରେ ପାରଦ ୯.୪ ଡିଗ୍ରୀ ଥିଲା । ଆକାଶକୁ ବାଦଲ ଘେରି ରହିଥିବାରୁ ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ଉପରମୁହାଁ ହେବାରୁ ଶୀତ କମିଯାଇଥିଲା । ରାଜଧାନୀରେ ଶୁକ୍ରବାର ରାତିରେ ପାରଦ ୧୦.୨ ଡିଗ୍ରୀ ଥିଲା । ଶନିବାର ଏହା ୧୭ କୁ ବଢ଼ିଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme