
ଗଞ୍ଜାମ ଜିଲ୍ଲା ଲାଞ୍ଜିଆକାଳୀ ମନ୍ଦିର ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ହରେକୃଷ୍ଣ ନାମ ଏକ ଘରୋଇ ବସ୍ ସହ ସ୍କୁଟି ଧକ୍କା। ଦୁର୍ଘଟଣାସ୍ଥଳରେ ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ। ଯାହାକୁ ନେଇ ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟଲୋକ ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କରିଛନ୍ତି। ସଦର ଥାନା ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ମୃତଦେହ ଜବତ କରିଥିବା ସୂଚନା ମିଳିଛି।
ସୂଚନା ଅନୁଯାୟୀ, ଆଜି କୌଣସି କାମରେ ସ୍ୱାମୀ-ସ୍ତ୍ରୀ ଏକ ସ୍କୁଟି ଯୋଗେ ନିଜ ଗନ୍ତବ୍ୟସ୍ଥଳ ଅଭିମୁଖେ ଯାଉଥିଲେ । ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଲାଞ୍ଚିଆକାଳୀ ମନ୍ଦିର ନିକଟରେ ଏକ ଘରୋଇ ବସ୍ ସ୍କୁଟି ସହିତ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହାଫଳରେ ସ୍କୁଟିରେ ବସିଥିବା ଦମ୍ପତି ତଳେ ପଡିଯାଇଥିଲେ । ଏହାପରେ ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି ।
