Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମାନବିକତା ମରିଗଲା, ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ସମ୍ପର୍କୀୟ ଜେଜେ ଅଟକ

Posted on January 14, 2026

ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ଅଞ୍ଚଳରେ ଏକ ଅଭାବନୀୟ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ନାବାଳିକାକୁ ଦୁଷ୍କର୍ମ କରିଥିବା ଅଭିଯୋଗରେ ପୋଲିସ ଜଣେ ବୃଦ୍ଧଙ୍କୁ ଅଟକ ରଖିଛି। ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି, ଅଭିଯୁକ୍ତ ବୃଦ୍ଧ ଜଣକ ସମ୍ପର୍କରେ ନାବାଳିକାର ଜେଜେ ହେବେ ବୋଲି ଜଣାପଡିଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି।
ସୂଚନା ଅନୁଯାୟୀ, ଗତ ରବିବାର ଅପରାହ୍ନରେ ନାବାଳିକା ଜଣକ ଘର ପାଖରେ ବୁଲୁଥିବା ସମୟରେ ଅଭିଯୁକ୍ତ ବୃଦ୍ଧ ତାଙ୍କୁ ଡାକି ନେଇଥିଲେ। ପରେ ଏକ ଗୁହାଳ ଭିତରେ ନାବାଳିକାଙ୍କ ପାଟି ବନ୍ଦ କରି ତାଙ୍କ ସହ ଜବରଦସ୍ତି ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଛି। କେବଳ ସେତିକି ନୁହେଁ, ଏ ସମ୍ପର୍କରେ କାହାକୁ କହିଲେ ଜୀବନରୁ ମାରିଦେବାକୁ ମଧ୍ୟ ଧମକ ଦେଇଥିଲେ। ଭୟରେ ନାବାଳିକା ଜଣକ ପ୍ରଥମେ କାହାକୁ କିଛି କହିନଥିଲେ ମଧ୍ୟ ପରେ ପରିବାର ଲୋକଙ୍କୁ ସମସ୍ତ ସତ କଥା ଜଣାଇଥିଲେ।
ଏହି ଘଟଣା ପରେ ପରିବାର ପକ୍ଷରୁ ଆରଡ଼ି ଫାଣ୍ଡିରେ ଏକ ଲିଖିତ ଅଭିଯୋଗ କରାଯାଇଥିଲା। ଅଭିଯୋଗକୁ ଭିତ୍ତି କରି ଧୂଷୁରୀ ପୋଲିସ ତୁରନ୍ତ ପଦକ୍ଷେପ ଗ୍ରହଣ କରି ଅଭିଯୁକ୍ତ ବୃଦ୍ଧଙ୍କୁ ଥାନାରେ ଅଟକ ରଖିଛି। ପୋଲିସ ନାବାଳିକାର ଡାକ୍ତରୀ ମାଇନା କରାଇବା ସହ ଘଟଣାର ଅଧିକ ତଦନ୍ତ ଜାରି ରଖିଛି। ସମ୍ପର୍କର ପବିତ୍ରତାକୁ କଳଙ୍କିତ କରିଥିବା ଏହି ବୃଦ୍ଧଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme