
ତଡ଼ା ଖାଇବେ ନନ୍ ପରଫର୍ମିଂ ସାର୍। ଅଧ୍ୟାପକଙ୍କୁ ସରକାରଙ୍କ ଛାଟ। ଉଚ୍ଚଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ଅଧ୍ୟାପକଙ୍କୁ ଚିହ୍ନଟ କରିବାକୁ ନିର୍ଦ୍ଦେଶ। କାର୍ଯ୍ୟଦକ୍ଷତା ଓ ଆଚରଣ ଯାଞ୍ଚ ପାଇଁ ଉଚ୍ଚଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶନାମା। ଜାନୁଆରୀ ୩୧ ସୁଦ୍ଧା ରିପୋର୍ଟ ଦାଖଲ ପାଇଁ କଲେଜ କର୍ତ୍ତୃପକ୍ଷଙ୍କୁ ଚିଠି। ଶିକ୍ଷା ମାନଦଣ୍ଡରେ ଉନ୍ନତି ସହ କାର୍ଯ୍ୟଶୈଳୀର ସମୀକ୍ଷା ପାଇଁ ପଦକ୍ଷେପ।
ସୂଚନାନୁଯାୟୀ, ଉଚ୍ଚ ଶିକ୍ଷା ବିଭାଗ ନନ୍ ପରଫର୍ମିଂ କଲେଜ ଅଧ୍ୟାପକଙ୍କ ତାଲିକା ମାଗିଛି। ରାଜ୍ୟର ସବୁ ବିଶ୍ଵ ବିଦ୍ୟାଳୟର ରେଜିଷ୍ଟ୍ରାର, ସରକାରୀ ଡିଗ୍ରୀ କଲେଜର ପ୍ରିନ୍ସିପାଲ, ସରକାରୀ ଶିକ୍ଷଣ ତାଲିମ ଶିକ୍ଷାନୁଷ୍ଠାନର ପ୍ରିନ୍ସିପାଲ ଓ ସମସ୍ତ ଉଚ୍ଚ ମାଧ୍ୟମିକ ସ୍କୁଲର ପ୍ରିନ୍ସିପାଲ ମାନଙ୍କୁ ଚିଠି ଲେଖିଛି। କାର୍ଯ୍ୟଦକ୍ଷତା ଓ ଆଚରଣ ଯାଞ୍ଚ ପାଇଁ ଉଚ୍ଚଶିକ୍ଷା ବିଭାଗର କଡ଼ା ନିର୍ଦ୍ଦେଶନାମା ଜାରି ହୋଇଛି । ଜାନୁଆରୀ ୩୧ ସୁଦ୍ଧା ରିପୋର୍ଟ ଦାଖଲ ପାଇଁ କଲେଜ କର୍ତ୍ତୃପକ୍ଷଙ୍କୁ ଚିଠି ହୋଇଛି।
