Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ

Posted on January 17, 2026

 ଗାଁ ରୁ ଜିଲ୍ଲା ସଦର ମହକୁମା ଯାଏଁ ଲକ୍ଷ୍ମୀ ବସ ଚଳାଚଳକୁ ବିରୋଧ କରିଛି ରାଜ୍ୟ ଘରୋଇ ବସ ମାଲିକ ସଂଘ। ନିଷ୍ପତ୍ତି ବଦଳାଇବାକୁ ସରକାରଙ୍କ ନିକଟରେ ଦାବି କରାଯିବ। ଯଦି ୨୩ ତାରିଖ ସୁଦ୍ଧା କୌଣସି ପଦକ୍ଷେପ ନିଆ ନଯାଏ, ତେବେ ୨୪ ତାରିଖରୁ କଟକକୁ କୌଣସି ବସ ଗଡିବ ନାହିଁ। ଏଭଳି ଚେତାବନୀ ଦେଇଛି ରାଜ୍ୟ ଘରୋଇ ବସ ମାଲିକ ସଂଘ।

ଲକ୍ଷ୍ମୀ ବସ ଗାଁ ରୁ ପଞ୍ଚାୟତ ଯାଏଁ ଚାଲିବା ଲାଗି ପୂର୍ବରୁ ନିଷ୍ପତ୍ତି ହୋଇଥିଲା। କିନ୍ତୁ ଗତ କିଛି ଦିନ ଭିତରେ ଉକ୍ତ ନିଷ୍ପତ୍ତିରେ ପରିବର୍ତ୍ତନ ଆସିଛି। କେନ୍ଦ୍ରାପଡା, ଜଗତସିଂହପୁର ଏବଂ କଟକରେ ଜିଲ୍ଲା ସଦର ମହକୁମା ଯାଏଁ ଲକ୍ଷ୍ମୀ ବସ ଚଳାଚଳ ଆରମ୍ଭ ହୋଇଛି। କିଛି ଜାଗାରେ ବିରୋଧ କାରଣରୁ ଏହାକୁ ବନ୍ଦ ରଖାଯାଇଛି।

 କଟକରେ ରାଜ୍ୟ ଘରୋଇ ବସ ମାଲିକ ସଂଘର ଜରୁରୀ ବୈଠକ ବସିଥିଲା। ଯେଉଁଠି ନିଷ୍ପତ୍ତି ହୋଇଛିକି, ଜିଲ୍ଲା ହେଡ଼ କ୍ଵାଟର ଯାଏଁ ଲକ୍ଷ୍ମୀ ବସ ଚଳାଚଳକୁ ବିରୋଧ କରାଯିବ। ଯଦି ସରକାର ଦାବି ପୂରଣ ନକରନ୍ତି, ତେବେ ୨୪ ତାରିଖରୁ କଟକରେ ବସ ଗଡ଼ିବା ବନ୍ଦ ହେବ। ଆବଶ୍ୟକ ପଡିଲେ ସାରା ରାଜ୍ୟରେ ବସ ଧର୍ମଘଟ ହେବବୋଲି ଘରୋଇ ବସ ମାଲିକ ସଙ୍ଘ ତରଫରୁ କୁହାଯାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme