Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୧୪ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ! ଆଗାମୀ ୩ ଘଣ୍ଟା ଭିତରେ ପ୍ରବଳ ବର୍ଷା…

Posted on October 6, 2025

ରାଜ୍ୟର ୧୪ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ଅନୁଗୁଳ, ଦେବଗଡ଼, ବରଗଡ଼, ଝାରୁସୁଗୁଡ଼ା, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ନୟାଗଡ଼, କଟକ, ଖୋର୍ଦ୍ଧା, ଯାଜପୁର, ପୁରୀ ଏବଂ ଢେଙ୍କାନାଳ । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଅକ୍ଟୋବର ୭ ତାରିଖ ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଅକ୍ଟୋବର ୮ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ଝଟକାପବନ ୩୦-୪୦ କିଲୋମିଟର ବେଗରେ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଅକ୍ଟୋବର ୯ ତାରିଖ ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଅକ୍ଟୋବର ୧୦,୧୧ ଓ ୧୨ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ଅକ୍ଟୋବର ୧୨ରୁ ୧୫ ତାରିଖ ପର୍ଯ୍ୟନ୍ତ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme