Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବିଜେପିର ନୂଆ ଅଧ୍ୟକ୍ଷ ହେଲେ ନୀତିନ ନବୀନ: ସବୁଠାରୁ କମ୍ ବୟସରେ ସମ୍ଭାଳିବେ ବଡ଼ ଦାୟିତ୍ୱ

Posted on January 20, 2026

ବିଜେପିର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ନୀତିନ ନବୀନ । ବିଜେପିର ଦ୍ବାଦଶ ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଆନୁଷ୍ଠାନିକ ଘୋଷଣା ପରେ ଦଳୀୟ ମୁଖ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ ଓ ଅନେକ ବରିଷ୍ଠ ନେତା ଉପସ୍ଥିତ ଅଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝି ମଧ୍ୟ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ୪୫ ବର୍ଷୀୟ ନୀତିନ ନବୀନ ବିଜେପି ଇତିହାସରେ ସବୁଠାରୁ କମ୍ ବୟସର ସଭାପତି ।

ବିଜେପିର ସଭାପତି ପଦ ପାଇଁ ଏକମାତ୍ର ପ୍ରାର୍ଥୀ ଭାବେ ନୀତିନ ନାମାଙ୍କନ ଦାଖଲ କରିଥିଲେ । ନାମାଙ୍କନ ଦାଖଲ ବେଳେ ତାଙ୍କ ସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ, ଧର୍ମେନ୍ଦ୍ର ପ୍ରଧାନଙ୍କ ଭଳି ହେଭିଓ୍ୱେଟ୍ ନେତା ଉପସ୍ଥିତ ଥିଲେ ।

ଲୋକସଭା ନିର୍ବାଚନ ୨୦୨୪ ପରେ ଭାରତୀୟ ଜନତା ପାର୍ଟି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା । ନଡ୍ଡାଙ୍କ ବିକଳ୍ପ ଭାବେ ନୀତିନ ନବୀନଙ୍କୁ ଚୟନ କରାଯାଇଥିଲା । ୪୫ବର୍ଷୀୟ ନୀତିନ ନବୀନ ଦୀର୍ଘ ବର୍ଷ ହେବ ଭାରତୀୟ ଜନତା ପାର୍ଟି ଏବଂ ଆରଏସଏସ ସହ ଜଡିତ ଅଛନ୍ତି । ସେ ବିଜେପିରେ ଜଣେ କର୍ମୀ ଭାବେ କ୍ୟାରିଅର ଆରମ୍ଭ କରିଥିଲେ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme