Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ

Posted on January 21, 2026

ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ । ବଡସିଂହାର ନୀତିରେ ପଦ୍ମବେଶରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ । ଶ୍ରୀଜୀଉଙ୍କ ବିଭିନ୍ନ ଚିତାକର୍ଷକ ବେଶ ମଧ୍ୟରୁ ପଦ୍ମବେଶ ଅନନ୍ୟ । ପରମ୍ପରା ମୁତାବକ ମାଘ ମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ବସନ୍ତପଞ୍ଚମୀ ମଧ୍ୟରେ ଯେଉଁ ଦିନ ବୁଧବାର କିମ୍ୱା ଶନିବାର ପଡିଥାଏ । ସେହିଦିନ ମହାପ୍ରଭୁଙ୍କର ପଦ୍ମବେଶ ଅନୁଷ୍ଠିତ ହୋଇଥାଏ । ସେହି ପରିପ୍ରେକ୍ଷୀରେ ଆଜି ମହାପ୍ରଭୁଙ୍କ ପଦ୍ମବେଶ ଅନୁଷ୍ଠିତ ହେବ । ମୁଣ୍ଡ ଠାରୁ ପାଦ ପର୍ଯ୍ୟନ୍ତ ଅର୍ଥାତ ଆପାଦ ମସ୍ତକ ପଦ୍ମ ଫୁଲରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ । ଦୁର୍ଲଭ ପଦ୍ମବେଶ ପାଇଁ ବେଶ କାରିଗରଙ୍କ ଦ୍ୱାରା ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଆଜି ଶ୍ରୀମନ୍ଦିର ଭିତରକୁ ସଂଧ୍ୟାରେ ଏହି ବେଶ ଯିବ । ସୋଲ,ଜରି,କନା,କଇଥ ଅଠାରେ ପ୍ରସ୍ତୁତ ପଦ୍ମବେଶକୁ ବଡଛତା ମଠ ପକ୍ଷରୁ ପ୍ରସ୍ତୁତ କରାଯାଇଥାଏ । କୀରୀଟ,ଚୂଳ, ହୃଦପଦକ, କରପଲ୍ଲବ,ଶ୍ରୀମୁଖ ପଦ୍ମରେ ବିଭୂଷିତ ହୋଇ ଝଲସିଥାନ୍ତି ମହାପ୍ରଭୁ । ତେବେ ମନୋହର ଦାସଙ୍କ ସ୍ମୃତିରେ ପଦ୍ମବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଥିବା ବେଳେ ଏହା ପଛରେ ଅନେକ ତତ୍ୱ ରହିଛି

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme