Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ବଲାଙ୍ଗୀରରେ ରକ୍ତରଞ୍ଜିତ ହେଲା ତୁଳସୀନଗର ପଡ଼ା; ମାମୁଁକୁ ପିଟି ପିଟି ମାରିଦେଲା ଭଣଜା!

Posted on January 21, 2026

ବଲାଙ୍ଗୀର ସହରର ତୁଳସୀନଗର ପଡ଼ାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସାମାନ୍ୟ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତିଜଣକ ହେଲେ ଯଦୁମଣି ବଗର୍ତ୍ତୀ।

ମଙ୍ଗଳାବାର ରାତିରେ ତୁଳସୀନଗରର ଏକ ଗଳି ରାସ୍ତାରେ ଯଦୁମଣିଙ୍କୁ ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ଖବର ପାଇ ଟାଉନ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲା। ଏକ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

ପ୍ରାଥମିକ ସୂଚନା ଅନୁଯାୟୀ, ମାମୁଁ ଓ ଭଣଜାଙ୍କ ମଧ୍ୟରେ କୌଣସି କାରଣକୁ ନେଇ ବାଦବିବାଦ ସୃଷ୍ଟି ହୋଇଥିଲା। ଏହି ଝଗଡ଼ା ଏତେ ଭୟଙ୍କର ରୂପ ନେଇଥିଲା ଯେ, କୋଦାଳରେ ଲାଗିଥିବା ଏକ କାଠ ବାଡ଼ିରେ ଯଦୁମଣିଙ୍କୁ ଅତି ନିର୍ମମ ଭାବେ ପିଟି ପିଟି ହତ୍ୟା କରାଯାଇଛି।

ଏହି ହତ୍ୟାକାଣ୍ଡ ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି। ଟାଉନ ଥାନା ଅଧିକାରୀ ଅବନୀ ସାହୁଙ୍କ ସୂଚନା ଅନୁଯାୟୀ, ପୋଲିସ ଏହି ମାମଲାର ଗମ୍ଭୀରତାର ସହ ତଦନ୍ତ କରୁଛି। ବର୍ତ୍ତମାନ ସୁଦ୍ଧା ପୋଲିସ ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି। ସାଇଣ୍ଟିଫିକ୍ ଟିମ୍ ଏବଂ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ପ୍ରମାଣ ସଂଗ୍ରହ କରୁଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme