
କଟକରେ ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ୍ । ନେତାଜୀଙ୍କ ୧୨୯ ତମ ଜୟନ୍ତୀ ଅବସରରେ ବାସଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି ଉପରାଷ୍ଟ୍ରପତି । ଓଡ଼ିଆ ବଜାର ସ୍ଥିତ ନେତାଜୀଙ୍କ ପୈତୃକ ନିବାସ ଜାନକୀନାଥ ଭବନରେ ପହଞ୍ଚି ନେତାଜୀ ସୁବାସ ବୋଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ବିଭିନ୍ନ ପ୍ରଦର୍ଶନୀ ବୁଲି ଦେଖିଛନ୍ତି । ଉପରାଷ୍ଟ୍ରପତିଙ୍କ ସହ ଅଛନ୍ତି ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ସଚିବ । ଉପରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଦିନ ୨ଟା ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ପ୍ରବେଶ ପାଇଁ କଟକଣା ରହିଛି । ଭିଭିଆଇପିଙ୍କ କଟକ ଗସ୍ତ ପାଇଁ ଭୁବନେଶ୍ବରରୁ କଟକ ଯାଏ ଟ୍ରାଫିକ କଟକଣା ଲଗାଯାଇଛି । ସୁରକ୍ଷା ବ୍ୟବସ୍ଥାରେ ୩୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ପ୍ରଥମ ଥର ଓଡ଼ିଶା ଗସ୍ତରେ ଆସିଛନ୍ତି ଉପରାଷ୍ଟ୍ରପତି ।
