Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କମିବ ଶୀତ, ୨ରୁ ୩ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା

Posted on January 24, 2026

ଆସନ୍ତା ୨୭ ତାରିଖରୁ ରାଜ୍ୟରେ ଶୀତ କମିପାରେ । ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ବଢ଼ିବା ସହ ଶୀତ କମିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । କିନ୍ତୁ ଆସନ୍ତା ଦୁଇ ସପ୍ତାହ ଯାଏ ରାତି ତାପମାତ୍ରା ସ୍ୱାଭାବିକଠାରୁ ପ୍ରାୟ ୪ରୁ ୫ ଡିଗ୍ରୀ କମ୍ ରହିପାରେ ବୋଲି ପାଣିପାଗ ବିଭାଗର ବିସ୍ତାରିତ ଆକଳନରେ କୁହାଯାଇଛି । ଶନିବାର ଫୁଲବାଣୀରେ ରାତି ତାପମାତ୍ରା ୮ ଡିଗ୍ରୀ ରହିବ ।

ଅନୁଗୁଳରେ ୧୦, ସମ୍ବଲପୁର, ସୋନପୁର, ସୁନ୍ଦରଗଡ଼ ଓ ବଲାଙ୍ଗୀରରେ ୧୧, ବରଗଡ଼, ନୂଆପଡ଼ା ଓ ମାଲକାନଗିରିରେ ରାତି ତାପମାତ୍ରା ୧୨ ଡିଗ୍ରୀ ରହିପାରେ । ୨୭ ତାରିଖରେ ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୫ ଡିଗ୍ରୀରୁ ଅଧିକ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଜି ଉଦୟଗିରି ସବୁଠୁ ଥଣ୍ଡା ଅଞ୍ଚଳ ପାଲଟିଥିଲା । ଏଠାରେ ପାରଦ ୫ ଡିଗ୍ରୀ ଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme