
ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୨,୭୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୯,୧୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୨,୭୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୯,୧୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୬୨,୭୧୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୪୯,୧୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୬୨,୮୬୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୪୯,୩୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୯,୮୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୪୬,୫୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୬୨,୭୧୦ ଓ ୧,୪୯,୧୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୩,୪୦,୦୦୦ ଟଙ୍କା ହୋଇଛି ।
