Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଧକ୍କା ଦେଲା ଅଜଣା ଗାଡ଼ି, ୨ ବାଇକ୍ ଆରୋହୀ ମୃତ

Posted on January 27, 2026

ଭଦ୍ରକ ଜିଲା ବାସୁଦେବପୁର ଧାମରା ରାସ୍ତାର ପାରପୋଖରି ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସୋମବାର ରାତି ପ୍ରାୟ ଏଗାରଟା ସମୟରେ ଅଜଣା ଗାଡ଼ି ଧକ୍କାରେ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଛି । ଦୁଇ ମୃତ ଯୁବକ ହେଲେ ଯାଜପୁର ଜିଲା ସୁକିନ୍ଦା ଥାନା ଅଧିନସ୍ଥ ବୈରିମାଳ ଗାଁର ଚିନ୍ମୟ ମଲ୍ଲିକ ଓ ଦୀପକ ରାଉତ । ସେମାନେ ସ୍ଥାନୀୟ ଅଞ୍ଚଳରେ ଡ୍ରାଇଭର ଭାବେ କାର୍ଯ୍ୟ କରୁଥିଲେ ।

ଖବର ଅନୁସାରେ, ସେମାନେ ଏକ ବାଇକ ଯୋଗେ ବିରସ ଛକରୁ ବାସୁଦେବପୁର ଆଡ଼କୁ ଆସୁଥିବା ବେଳେ ଏକ ଅଜଣା ଆଇରନ ବୋଝେଇ ଟ୍ରକ୍ ତାଙ୍କୁ ଧକ୍କା ଦେଇ ଚାଲିଯାଇଥିଲା। ଗୁରୁତର ଅବସ୍ଥାରେ ଦୁଇ ଯୁବକଙ୍କୁ ବାସୁଦେବପୁର ଡାକ୍ତର ଖାନା ଅଣାଯାଇଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଶବ ବ୍ୟବଚ୍ଛେଦ ପାଇଁ ଦୁଇ ମୃତଦେହକୁ ବାସୁଦେବପୁର ଡାକ୍ତରଖାନାରେ ରଖାଯାଇଛି। କସିଆ ସାମୁଦ୍ରିକ ଥାନା ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme