Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୩ରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି, ଆଜି ବସିବ ଛତିଶା ନିଯୋଗ ବୈଠକ

Posted on January 27, 2026

ଆସନ୍ତା ୩ ତାରିଖ ଅର୍ଥାତ୍ ମଙ୍ଗଳବାର ପୁରୀ ଗସ୍ତରେ ଆସିବେ ମହାମହିମ। ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାସହ ରାଷ୍ଟ୍ରପତି ପଞ୍ଚତୀର୍ଥ ଶ୍ୱେତଗଙ୍ଗା ପୁଷ୍କରିଣୀକୁ ଯାଇ ପିଣ୍ଡଦାନ କରିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଜି ବସିବ ଛତିଶା ନିଯୋଗର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶ୍ରୀମନ୍ଦିର ଦର୍ଶନ ନେଇ ଆଲୋଚନା ହେବ । ଅପରାହ୍ନ ୪ଟା ୩୦ରେ ବସିବ ବୈଠକ । ବୈଠକରେ ଜିଲ୍ଲାପାଳ, ଏସ୍ପି, ଛତିଶା ନିଯୋଗ ସେବାୟତ ପ୍ରତିନିଧିଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ ।
ସୂଚନା ଅନୁଯାୟୀ, ଫେବ୍ରୁଆରୀ ୩ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ପରିବାର ସହ ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବେ । ରାଷ୍ଟ୍ରପତି ପ୍ରଥମେ ପଞ୍ଚତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାକୁ ଯିବେ । ସେଠାରେ ସେ ପୂର୍ବପୁରୁଷଙ୍କୁ ପିଣ୍ଡଦାନ କରିବେ । ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ରାଷ୍ଟ୍ରପତିଙ୍କ କୌଳିକ ପଣ୍ଡା କହିଛନ୍ତି, ପରମ୍ପରା ଅନୁଯାୟୀ ରାଷ୍ଟ୍ରପତିଙ୍କୁ ମହାପ୍ରଭୁଙ୍କ ଖଣ୍ଡୁଆ ବସ୍ତ୍ର, ଶୁଖିଲି ମହାପ୍ରସାଦ ଉପହାର ସ୍ୱରୂପ ଦିଆଯିବ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme