Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

କଟକରେ ହଟିଲା କର୍ଫ୍ୟୁ, ସମ୍ବେଦନଶୀଳ ସ୍ଥାନ ମାନଙ୍କରେ ପୋଲିସ ମୁତୟନ

Posted on October 7, 2025

କଟକରେ ହଟିଲା କର୍ଫ୍ୟୁ ।  ପୋଲିସ କମିଶନର ଏସ୍ .ଦେବଦତ୍ତ ସିଂହଙ୍କ ସୂଚନା ।  ସହର ଉପରେ କଡ଼ା ନଜର ରହିଛି ।  ଫୋର୍ସ ପ୍ରତ୍ୟାହାର କରାଯାଇନି । ସମ୍ବେଦନଶୀଳ ଅଞ୍ଚଳରେ ପାଟ୍ରୋଲିଂ ଜାରି ରହିବ । କର୍ଫ୍ୟୁ ସମୟରେ କୌଣସି ବିଶୃଙ୍ଖଳା ଘଟିନି । ସହରରେ ଜୀବନଯାତ୍ରା ସ୍ବାଭାବିକ ହୋଇଛି । ଆଜି ସକାଳ ୧୦ଟା ପର୍ଯ୍ୟନ୍ତ କର୍ଫ୍ୟୁ କଟକଣା ରହିଥିଲା । ଦରଘାବଜାର ସମେତ ୧୩ଟି ଥାନା ଅଞ୍ଚଳରେ ଲାଗିଥିଲା କର୍ଫ୍ୟୁ । ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଇଣ୍ଟରନେଟ ସେବା ବନ୍ଦ ରହିଛି । ପରିସ୍ଥିତି ଦେଖି ଇଣ୍ଟରନେଟ ସେବା ଯୋଗାଇ ଦିଆଯିବ ବୋଲି ଏସ୍ .ଦେବଦତ୍ତ ସିଂହଙ୍କ କହିଛନ୍ତି । କଟକଣାରୁ ବାଦ୍ ରେଲୱେ, ବ୍ୟାଙ୍କ ଓ ବିଭିନ୍ନ ସରକାରୀ ସେବା ।

ସୂଚନା ଅନୁସାରେ ଅକ୍ଟୋବର ୩ତାରିଖରେ ରାତିରେ ଦଶହରା ଭସାଣ ଶୋଭାଯାତ୍ରାରେ ଦରଘାବଜାର ଓ ହାତୀପୋଖରୀ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ଘଟିଥିଲା । ସ୍ଥିତି ନିୟନ୍ତ୍ରଣକୁ ଫେରୁଥିବା ବେଳେ ଗତକାଲି ବାଇକ ରାଲି ବାହାରିଥିଲା । ତେବେ ଏଥିପାଇଁ ଅନୁମତି ନଥିବାରୁ ପୋଲିସ ଏହାକୁ ଅଟକାଇଥିଲା । ଏହାକୁ ନେଇ ପୋଲିସ ସହ ମୁହାଁମୁହିଁ ପରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme