Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନାବାଳିକାକୁ ବଳାତ୍କାର ଅଭିଯୋଗ; ଖେଳ ପଡିଆରୁ ଟେକି ନେଇ…

Posted on February 10, 2026

ଜଣେ ୧୪ ବର୍ଷୀୟା ନାବାଳିକାକୁ ବଳାତ୍କାର ଅଭିଯୋଗରେ ଦେବଗଡ ଥାନା ପୋଲିସ ସୋମବାର ଖୁଂଟିଆପାଲି ଗ୍ରାମର ଗୌରହରୀ ବିଶ୍ୱାଳ(୫୯) ନାମକ ଜଣେ ବ୍ୟକ୍ତିକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ମାତ୍ର ଅଦାଲତରେ ଜାମିନ ଆବେଦନ ଖାରଜ ହେବାରୁ ତାକୁ ଜେଲ ହାଜତକୁ ପଠାଇ ଦିଆଯାଇଛି ।

ସୂଚନା ଅନୁସାରେ, ଗତ ଜାନୁୟାରୀ ୩୦ ତାରିଖ ସଂଧ୍ୟାରେ ଖେଳ ପଡିଆରୁ ଖେଳିସାରି ଘରକୁ ଫେରୁଥିବା ସମୟରେ ଅଭିଯୁକ୍ତ ଗୌରହରୀ ଅନ୍ଧକାରର ସୁଯୋଗ ନେଇ ଏକ ପରିତ୍ୟକ୍ତ ଝୂମ୍ପୁଡି ଘରକୁ ନେଇ ତାଙ୍କୁ ବଳାତ୍କାର କରିଥିଲା । ଏଥିସହ ଘରେ ଏକୁଟିଆ ରହୁଥିବା ପୀଡିତା ନାବାଳିକା ଓ ତାଙ୍କ ମା’ ଙ୍କୁ ହତ୍ୟା ଧମକ ଦେଇ ଚୁପ ରହିବାକୁ କହିଥିଲା । ତେବେ କାମ କରିବାକୁ ବାହାରକୁ ଯାଇଥିବା ପୀଡିତାଙ୍କ ପିତା ଘରକୁ ଫେରିବାପରେ ପୀଡିତା ଜଣକ ବାପା ଓ ମା’ ଙ୍କ ସହିତ ଦେବଗଡ ଥାନାକୁ ଆସି ଏନେଇ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ଆଧାରରେ ପୋଲିସ ଅଭିଯୁକ୍ତ ଗୌରହରି ବିରୋଧରେ ପକ୍ସୋ ସମେତ ବିଭିନ୍ନ ଦଫାରେ ଏକ ମାମଲା ଋଜୁକରି ଗୌରହରୀକୁ ଗିରଫ କରିବାସହ ତାକୁ କୋର୍ଟ ଚାଲାଣ କରିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

October 2026
M T W T F S S
 1234
567891011
12131415161718
19202122232425
262728293031  
« Sep    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme