Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୧୯ରୁ ମାଟ୍ରିକ ପରୀକ୍ଷା; କପି କଲେ ୫ ବର୍ଷ ଜେଲ୍ , ୧୦ ଲକ୍ଷ ଜରିମାନା

Posted on February 11, 2026

ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାରେ କପି କଲେ ୫ ବର୍ଷ ଜେଲ୍ , ୧୦ ଲକ୍ଷ ଜରିମାନା । ଆସନ୍ତା ଫେବୃଆରୀ ୧୮ରୁ ଯୁକ୍ତ ଦୁଇ ଏବଂ ଫେବୃଆରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ । ଏହି ପରୀକ୍ଷାକୁ ସ୍ୱଚ୍ଛ ଓ କପିମୁକ୍ତ କରିବା ପାଇଁ ରାଜ୍ୟ ସରକାର ଓ ଶିକ୍ଷା ପରିଷଦ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । କପି ରୋକିବା ପାଇଁ ପ୍ରଥମ ଥର ପରୀକ୍ଷା କେନ୍ଦ୍ରଗୁଡ଼ିକରେ ଏଆଇ କ୍ୟାମେରା ବ୍ୟବହାର କରାଯିବ ପ୍ରଶ୍ନପତ୍ରରେ କ୍ୟୁଆର କୋଡ୍ ରହିବ, ଯାହା ମାଧ୍ୟମରେ ପ୍ରଶ୍ନପତ୍ରର ସତ୍ୟତା ଯାଞ୍ଚ କରାଯିବ । ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ସ୍ପଷ୍ଟ କରିଛନ୍ତି ଯେ, ପରୀକ୍ଷା ସମୟରେ କପି କିମ୍ବା କପିରେ ସାହାଯ୍ୟ କଲେ ୫ ବର୍ଷ ଜେଲ୍ ଦଣ୍ଡ ଏବଂ ୧୦ ଲକ୍ଷ ଟଙ୍କା ଜରିମାନା ହୋଇପାରେ । ଚଳିତ ବର୍ଷ ଓଡ଼ିଶାରେ ପ୍ରାୟ ୯ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ଦେବାକୁ ଯାଉଛନ୍ତି । ସମଗ୍ର ପରୀକ୍ଷା କେନ୍ଦ୍ରକୁ ଏଆଇ କ୍ୟାମେରା ମାଧ୍ୟମରେ ନଜର ରଖାଯିବ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme