Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୧୦ରେ ପୁଣି ଘୂର୍ଣ୍ଣିବଳୟ, ୧୪ରୁ ଶୁଖିଲା ପାଗ

Posted on October 8, 2025

ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ସୋମବାର ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ୯ ତାରିଖ ଯାଏ ଏହା ସକ୍ରିୟ ରହିବ । ବୁଧବାର କେନ୍ଦ୍ରୀୟ ପଶ୍ଚିମ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳଠାରୁ ଦୂରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ୧୦ ତାରିଖ ବେଳକୁ ଦୁଇଟି ଯାକ ଘୂର୍ଣ୍ଣିବଳୟ ମିଶି ବିସ୍ତୃତ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ସପ୍ତାହେ ଯାଏ ଲଘୁଚାପ ସୃଷ୍ଟିର ସମ୍ଭାବନା ନାହିଁ । ବରିଷ୍ଠ କୃଷି ପାଣିପାଗବିତ୍‌ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏହି ପୂର୍ବାନୁମାନ କରିଛନ୍ତି ।

ସେ କହିଛନ୍ତି, ଆସନ୍ତା ୩ ଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରତିଦିନ ସ୍ୱଳ୍ପ ବର୍ଷା ବା ହାରାହାରି ୧୫ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସ୍ଥାନେ ସ୍ଥାନେ ମଧ୍ୟମ ପରିମାଣର ବର୍ଷା ସମ୍ଭାବନା ଅଛି । ଏହା ପର ଦୁଇଦିନ ବା ୧୦ ଓ ୧୧ ତାରିଖରେ ଦକ୍ଷିଣ ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ସ୍ୱଳ୍ପ ବର୍ଷା(୧୫ ମିମି ପର୍ଯ୍ୟନ୍ତ) ହୋଇପାରେ । ୧୨ ଓ ୧୩ ତାରିଖରେ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି ସମେତ ସମୁଦ୍ର ସଂଲଗ୍ନ ଅଞ୍ଚଳରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି । ୭ରୁ ୧୧ ତାରିଖ ଭିତରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୧୪ ତାରିଖରୁ ପାଗ ଶୁଖିଲା ରହିବ ବୋଲି ସେ ପୂର୍ବାନୁମାନ କରିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme