Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

E-Kyc ନଥିଲେ ବି ମିଳିବ ରାସନ୍, ପ୍ରକ୍ରିୟା ଡିସେମ୍ବର ୩୧ ଯାଏଁ ବୃଦ୍ଧି

Posted on November 2, 2025

ଇ-କେଓ୍ବାଇସି ନଥିଲେ ବି ମିଳିବ ଚାଉଳ । ଇ-କେଓ୍ବାଇସି ପ୍ରକ୍ରିୟା ଡିସେମ୍ବର ୩୧ ତାରିଖ ଯାଏ ବୃଦ୍ଧି । ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସମସ୍ତ ପିଡିଏସ ହିତାଧିକାରୀଙ୍କୁ ମିଳିବ ଚାଉଳ । ଏନେଇ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବର୍ତ୍ତମାନ ସମୟରେ ରାଜ୍ୟରେ ଇ-କେଓ୍ବାଇସି ପ୍ରକ୍ରିୟା ଜାରି ରହିଛି । ସମସ୍ତ ୧୧,୮୨୭ଟି ଖାଉଟି ସୁଲଭ ମୁଲ୍ୟ ଦୋକାନ ତଥା ୩୧୪ଟି ବ୍ଲକ୍ ଏବଂ ୬୪ଟି ପୌରାଞ୍ଚଳରେ କାର୍ଯ୍ୟରତ ଥିବା ରାସନ କାର୍ଡ ପରିଚାଳନା କେନ୍ଦ୍ରରେ ଇ-କେଓ୍ବାଇସି କାମ ଚାଲିଛି ।

ଏତତ୍‌ବ୍ୟତୀତ ବର୍ତ୍ତମାନ ସୁଦ୍ଧା ଇ-କେଓ୍ବାଇସି କରିଥିବା ହିତାଧିକାରୀ ମାନଙ୍କୁ ପ୍ରତ୍ୟେକ ମାସରେ ପିଡିଏସ ସାମଗ୍ରୀ ପୂର୍ବଭଳି ପ୍ରଦାନ କରାଯାଉଅଛି I କୌଣସି ଯୋଗ୍ୟ ହିତାଧିକାରୀଙ୍କୁ ଇ-କେଓ୍ବାଇସି ଆଳରେ ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ହେବେ ନାହିଁ । ଏହି ପ୍ରକ୍ରିୟା ଆସନ୍ତା ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ । କୌଣସି କାରଣରୁ ଇ-କେଓ୍ବାଇସି କରାଇ ନଥିବା ହିତାଧିକାରୀ ମାନେ ଡିସେମ୍ବର ୩୧ ସୁଦ୍ଧା ନିକଟସ୍ଥ ଖାଉଟି ସୁଲଭ ମୂଲ୍ୟ ଦୋକାନ ବା ରାସନ କାର୍ଡ଼ ପରିଚାଳନା କେନ୍ଦ୍ରକୁ ଯାଇ ନିଜ ଆଧାର ଯୁକ୍ତ ଇ-କେୱାଈସି କରାଇ ପାରିବେ । ଏ ସମ୍ପର୍କରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme